26ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ, କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ,
27ଆଉ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ଦାସ ହେଉ,
28ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।”
29ସେମାନେ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ବହୁସଂଖ୍ୟକ ଲୋକ ତାହାଙ୍କର ପଛେ ପଛେ ଗଲେ।
30ଆଉ ଦେଖ, ପଥ ପାର୍ଶ୍ୱରେ ଦୁଇ ଜଣ ଅନ୍ଧ ଯୀଶୁ ସେହି ପଥ ଦେଇ ଯାଉଅଛନ୍ତି ବୋଲି ଶୁଣି ଉଚ୍ଚସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ।