ମାଥିଉ 20

ପୁଣି, ପ୍ରାୟ ନଅଟା ସମୟରେ ବାହାରିଯାଇ ବଜାରରେ ଅନ୍ୟମାନଙ୍କୁ ନିଷ୍କର୍ମା ହୋଇ ଠିଆ ହୋଇଥିବା ଦେଖି ସେମାନଙ୍କୁ ମଧ୍ୟ କହିଲେ,

Matthew 20:3 (UKJV) And he went out about the third hour, and saw others standing idle in the marketplace,

1“କାରଣ ସ୍ୱର୍ଗରାଜ୍ୟ ଏପରି ଜଣେ ଗୃହକର୍ତ୍ତାଙ୍କ ସଦୃଶ, ଯେ ସକାଳ ହେବାମାତ୍ର ଆପଣା ଦ୍ରାକ୍ଷାକ୍ଷେତ୍ରରେ ମୂଲିଆ ଲଗାଇବାକୁ ବାହାରିଗଲେ।

2ଆଉ ସେ ମୂଲିଆମାନଙ୍କ ସହିତ ଦିନକୁ ଏକ ଦିନର ମୂଲ ପାଇଁ ଚୁକ୍ତି କରି ସେମାନଙ୍କୁ ଆପଣା ଦ୍ରାକ୍ଷାକ୍ଷେତ୍ରକୁ ପଠାଇଲେ।

3ପୁଣି, ପ୍ରାୟ ନଅଟା ସମୟରେ ବାହାରିଯାଇ ବଜାରରେ ଅନ୍ୟମାନଙ୍କୁ ନିଷ୍କର୍ମା ହୋଇ ଠିଆ ହୋଇଥିବା ଦେଖି ସେମାନଙ୍କୁ ମଧ୍ୟ କହିଲେ,

4‘ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି, ଯାହା ଉଚିତ୍, ତାହା ତୁମ୍ଭମାନଙ୍କୁ ଦେବି;’ ଆଉ ସେମାନେ ଗଲେ।

5ପୁଣି, ଥରେ ସେ ପ୍ରାୟ ବାରଟା ଓ ତିନିଟା ସମୟରେ ବାହାରିଯାଇ ସେହି ପ୍ରକାର କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.