3ପୁଣି, ପ୍ରାୟ ନଅଟା ସମୟରେ ବାହାରିଯାଇ ବଜାରରେ ଅନ୍ୟମାନଙ୍କୁ ନିଷ୍କର୍ମା ହୋଇ ଠିଆ ହୋଇଥିବା ଦେଖି ସେମାନଙ୍କୁ ମଧ୍ୟ କହିଲେ,
4‘ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି, ଯାହା ଉଚିତ୍, ତାହା ତୁମ୍ଭମାନଙ୍କୁ ଦେବି;’ ଆଉ ସେମାନେ ଗଲେ।
5ପୁଣି, ଥରେ ସେ ପ୍ରାୟ ବାରଟା ଓ ତିନିଟା ସମୟରେ ବାହାରିଯାଇ ସେହି ପ୍ରକାର କଲେ।
6ପୁଣି, ପ୍ରାୟ ପାଞ୍ଚଟା ସମୟରେ ସେ ବାହାରିଯାଇ ଆଉ କେତେକ ଜଣଙ୍କୁ ଠିଆ ହୋଇଥିବା ଦେଖି ସେମାନଙ୍କୁ ପଚାରିଲେ, ‘ତୁମ୍ଭେମାନେ କାହିଁକି ଏଠାରେ ଦିନଯାକ ନିଷ୍କର୍ମା ହୋଇ ଠିଆ ହୋଇଅଛ?’
7ସେମାନେ ତାହାଙ୍କୁ କହିଲେ, ‘କାରଣ କେହି ଆମ୍ଭମାନଙ୍କୁ ମୂଲ ଲଗାଇ ନାହାନ୍ତି।’ ସେ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ମଧ୍ୟ ଦ୍ରାକ୍ଷାକ୍ଷେତ୍ରକୁ ଯାଅ।’