5ପୁଣି, ଥରେ ସେ ପ୍ରାୟ ବାରଟା ଓ ତିନିଟା ସମୟରେ ବାହାରିଯାଇ ସେହି ପ୍ରକାର କଲେ।
6ପୁଣି, ପ୍ରାୟ ପାଞ୍ଚଟା ସମୟରେ ସେ ବାହାରିଯାଇ ଆଉ କେତେକ ଜଣଙ୍କୁ ଠିଆ ହୋଇଥିବା ଦେଖି ସେମାନଙ୍କୁ ପଚାରିଲେ, ‘ତୁମ୍ଭେମାନେ କାହିଁକି ଏଠାରେ ଦିନଯାକ ନିଷ୍କର୍ମା ହୋଇ ଠିଆ ହୋଇଅଛ?’
7ସେମାନେ ତାହାଙ୍କୁ କହିଲେ, ‘କାରଣ କେହି ଆମ୍ଭମାନଙ୍କୁ ମୂଲ ଲଗାଇ ନାହାନ୍ତି।’ ସେ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ମଧ୍ୟ ଦ୍ରାକ୍ଷାକ୍ଷେତ୍ରକୁ ଯାଅ।’
8ପରେ ସନ୍ଧ୍ୟା ହୁଅନ୍ତେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା ଆପଣା ବେବର୍ତ୍ତାଙ୍କୁ କହିଲେ, ‘ମୂଲିଆମାନଙ୍କୁ ଡାକି ଶେଷ ଲୋକମାନଙ୍କଠାରୁ ଆରମ୍ଭ କରି ପ୍ରଥମ ଲୋକମାନଙ୍କ ପର୍ଯ୍ୟନ୍ତ ମୂଲ ଦିଅ।’
9ସେଥିରେ ଯେଉଁମାନେ ପ୍ରାୟ ପାଞ୍ଚଟା ସମୟରେ ମୂଲ ଲଗାଯାଇଥିଲେ, ସେମାନେ ଆସି ଏକ ଦିନର ମୂଲ ଲେଖାଏଁ ପାଇଲେ।