ମାଥିଉ 21

ପୁଣି, ମନ୍ଦିରରେ ଅନ୍ଧ ଓ ଖଞ୍ଜ ଲୋକେ ତାହାଙ୍କ ପାଖକୁ ଆସନ୍ତେ ସେ ସେମାନଙ୍କୁ ସୁସ୍ଥ କଲେ।

Matthew 21:14 (UKJV) And the blind and the lame came to him in the temple; and he healed them.

12ପରେ ଯୀଶୁ ଈଶ୍ବରଙ୍କ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କିଣାବିକା କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା-ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,

13ଆଉ ଯୀଶୁ ସେମାନଙ୍କୁ କହିଲେ, “ଲେଖାଅଛି, ‘ଆମ୍ଭର ଗୃହ ପ୍ରାର୍ଥନାର ଗୃହ ବୋଲି ପରିଚିତ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଡକାଇତମାନଙ୍କ ବାସସ୍ଥାନ କରୁଅଛ।’”

14ପୁଣି, ମନ୍ଦିରରେ ଅନ୍ଧ ଓ ଖଞ୍ଜ ଲୋକେ ତାହାଙ୍କ ପାଖକୁ ଆସନ୍ତେ ସେ ସେମାନଙ୍କୁ ସୁସ୍ଥ କଲେ।

15କିନ୍ତୁ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କ କରିଥିବା ଆଶ୍ଚର୍ଯ୍ୟକର୍ମଗୁଡ଼ିକୁ ଓ ମନ୍ଦିର ମଧ୍ୟରେ ହୋଶାନ୍ନା ଦାଉଦଙ୍କ ସନ୍ତାନ ବୋଲି ଉଚ୍ଚସ୍ୱର କରୁଥିବା ପିଲାମାନଙ୍କୁ ଦେଖି ବିରକ୍ତ ହେଲେ,

16ପୁଣି, ତାହାଙ୍କୁ ପଚାରିଲେ, ଏମାନେ କଅଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ? ଯୀଶୁ ସେମାନଙ୍କୁ କହିଲେ, “ହଁ, ‘ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ୱାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ,’ ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.