16ପୁଣି, ତାହାଙ୍କୁ ପଚାରିଲେ, ଏମାନେ କଅଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ? ଯୀଶୁ ସେମାନଙ୍କୁ କହିଲେ, “ହଁ, ‘ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ୱାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ,’ ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?”
17ଆଉ, ସେ ସେମାନଙ୍କୁ ଛାଡ଼ିଦେଇ ଯିରୂଶାଲମ ସହରରୁ ବାହାରି ବେଥନୀୟାକୁ ଯାଇ ସେଠାରେ ରାତି କଟାଇଲେ।
18ସକାଳେ ସେ ଯିରୂଶାଲମ ସହରକୁ ଫେରିବା ସମୟରେ କ୍ଷୁଧିତ ହେଲେ,
19ଆଉ ବାଟ ପାଖରେ ଗୋଟିଏ ଡିମ୍ବିରିବୃକ୍ଷ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, “ଆଉ କଦାପି ତୋʼଠାରେ ଫଳ ନ ହେଉ।” ସେଥିରେ ସେହିକ୍ଷଣି ସେହି ଡିମ୍ବିରିବୃକ୍ଷ ଶୁଖିଗଲା।
20ଶିଷ୍ୟମାନେ ତାହା ଦେଖି ଚମତ୍କୃତ ହୋଇ କହିଲେ, ଡିମ୍ବିରିବୃକ୍ଷଟି କିପରି ସେହିକ୍ଷଣି ଶୁଖିଗଲା?