26କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି।
27ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ। ସେ ମଧ୍ୟ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”
28“ମାତ୍ର ତୁମ୍ଭେମାନେ କଅଣ ମନେ କର? ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ। ସେ ପ୍ରଥମ ନିକଟକୁ ଆସି କହିଲେ, ‘ପୁଅ, ଯା, ଆଜି ଦ୍ରାକ୍ଷାକ୍ଷେତ୍ରରେ କାମ କର।’”
29ସେ ଉତ୍ତର ଦେଲା, “‘ମୋହର ଇଚ୍ଛା ନାହିଁ,’ କିନ୍ତୁ ପରେ ଅନୁତାପ କରି ଗଲା।
30ପୁଣି, ସେ ଦ୍ୱିତୀୟ ପାଖକୁ ଆସି ସେହି ପ୍ରକାର କହିଲେ। ସେ ଉତ୍ତର ଦେଲା, ‘ମହାଶୟ, ମୁଁ ଯାଉଅଛି, କିନ୍ତୁ ଗଲା ନାହିଁ।’