ମାଥିଉ 21

ସେ ଉତ୍ତର ଦେଲା, “‘ମୋହର ଇଚ୍ଛା ନାହିଁ,’ କିନ୍ତୁ ପରେ ଅନୁତାପ କରି ଗଲା।

Matthew 21:29 (UKJV) He answered and said, I will not: but afterward he repented, and went.

27ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ। ସେ ମଧ୍ୟ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”

28“ମାତ୍ର ତୁମ୍ଭେମାନେ କଅଣ ମନେ କର? ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ। ସେ ପ୍ରଥମ ନିକଟକୁ ଆସି କହିଲେ, ‘ପୁଅ, ଯା, ଆଜି ଦ୍ରାକ୍ଷାକ୍ଷେତ୍ରରେ କାମ କର।’”

29ସେ ଉତ୍ତର ଦେଲା, “‘ମୋହର ଇଚ୍ଛା ନାହିଁ,’ କିନ୍ତୁ ପରେ ଅନୁତାପ କରି ଗଲା।

30ପୁଣି, ସେ ଦ୍ୱିତୀୟ ପାଖକୁ ଆସି ସେହି ପ୍ରକାର କହିଲେ। ସେ ଉତ୍ତର ଦେଲା, ‘ମହାଶୟ, ମୁଁ ଯାଉଅଛି, କିନ୍ତୁ ଗଲା ନାହିଁ।’

31ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା?” ସେମାନେ କହିଲେ, “ପ୍ରଥମ ଜଣକ।” ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.