ମାଥିଉ 21

ଆଉ ଯେବେ କେହି ତୁମ୍ଭମାନଙ୍କୁ କିଛି କହେ, ତେବେ କହିବ ଏମାନଙ୍କଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି। ସେହିକ୍ଷଣି ସେ ସେମାନଙ୍କୁ ପଠାଇଦେବ।”

Matthew 21:3 (UKJV) And if any man say ought unto you, all of you shall say, The Lord has need of them; and immediately he will send them.

1ଯେତେବେଳେ ସେମାନେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇ ବୈଥ୍‌ଫାଗୀ ଓ ଜୀତପର୍ବତ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଦୁଇ ଶିଷ୍ୟଙ୍କୁ ଏହି କଥା କହି ପଠାଇଲେ।

2“ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ, ଆଉ ଯିବା ମାତ୍ରେ ବନ୍ଧା ହୋଇଥିବା ଗୋଟିଏ ଗର୍ଦ୍ଦଭୀ ଓ ତାହା ସହିତ ଗୋଟିଏ ଶାବକକୁ ଦେଖିବ; ସେମାନଙ୍କୁ ଫିଟାଇ ମୋ ନିକଟକୁ ନେଇଆସ।

3ଆଉ ଯେବେ କେହି ତୁମ୍ଭମାନଙ୍କୁ କିଛି କହେ, ତେବେ କହିବ ଏମାନଙ୍କଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି। ସେହିକ୍ଷଣି ସେ ସେମାନଙ୍କୁ ପଠାଇଦେବ।”

4ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହା ଘଟିଲା,

5ସିୟୋନର କନ୍ୟାକୁ କୁହ, ଦେଖ୍, ତୋର ରାଜା ତୋʼ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.