ମାଥିଉ 21

ପରେ ଫଳର ସମୟ ପାଖେଇ ଆସନ୍ତେ ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ।

Matthew 21:34 (UKJV) And when the time of the fruit drew near, he sent his servants to the husbandmen, that they might receive the fruits of it.

32କାରଣ ଯୋହନ ତୁମ୍ଭମାନଙ୍କ ନିକଟକୁ ଧାର୍ମିକତାର ପଥ ଦେଇ ଆସିଲେ, ଆଉ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, ମାତ୍ର କରଗ୍ରାହୀ ଓ ବେଶ୍ୟାମାନେ ତାହାଙ୍କୁ ବିଶ୍ୱାସ କଲେ, କିନ୍ତୁ ତୁମ୍ଭେମାନେ ଯେପରି ତାହାଙ୍କୁ ବିଶ୍ୱାସ କରିପାର, ଏଥିନିମନ୍ତେ ତାହା ଦେଖି ସୁଦ୍ଧା ଅନୁତାପ କଲ ନାହିଁ।”

33“ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀ-ଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ।

34ପରେ ଫଳର ସମୟ ପାଖେଇ ଆସନ୍ତେ ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ।

35କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫୋପାଡ଼ି ମାରିପକାଇଲେ।

36ପୁଣି, ଥରେ ସେ ପ୍ରଥମ ଥର ଅପେକ୍ଷା ଅଧିକ ସଂଖ୍ୟକ ଦାସ ପଠାଇଲେ, ଆଉ ସେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.