11କିନ୍ତୁ ରାଜା ନିମନ୍ତ୍ରିତ ଅତିଥିମାନଙ୍କୁ ଦେଖିବା ପାଇଁ ଭିତରକୁ ଆସି ସେଠାରେ ବିବାହ-ବସ୍ତ୍ର ପରିଧାନ କରି ନ ଥିବା ଜଣେ ଲୋକକୁ ଦେଖି ତାହାକୁ କହିଲେ,
12ହେ ବନ୍ଧୁ, ତୁମ୍ଭେ ବିବାହ-ବସ୍ତ୍ର ପରିଧାନ ନ କରି କିପରି ଏ ସ୍ଥାନକୁ ଆସିଲ? ମାତ୍ର ସେ ନିରୁତ୍ତର ହୋଇ ରହିଲା।
13ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ‘ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।
14କାରଣ ଅନେକ ଆହୂତ, କିନ୍ତୁ ଅଳ୍ପ ମନୋନୀତ।’”
15ସେତେବେଳେ ଫାରୂଶୀମାନେ ଯାଇ ତାହାଙ୍କୁ ବାକ୍ୟ ଦ୍ୱାରା ଫାନ୍ଦରେ ପକାଇବା ନିମନ୍ତେ ମନ୍ତ୍ରଣା କଲେ।