16ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଈଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି, କାହାରିକୁ ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ।
17ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ କଅଣ? କାଇସର ସମ୍ରାଟଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ?
18କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, “ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ?”
19“ସେହି କରର ମୁଦ୍ରା ମୋତେ ଦେଖାଅ।” ତହିଁରେ ସେମାନେ ତାହାଙ୍କ ପାଖକୁ ଗୋଟିଏ ମୁଦ୍ରା ଆଣିଲେ।
20ସେ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର?