21ସେମାନେ କହିଲେ, କାଇସରଙ୍କର। ସେଥିରେ ସେ ସେମାନଙ୍କୁ କହିଲେ, “ତେବେ କାଇସର ସମ୍ରାଟଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।”
22ସେମାନେ ଏହା ଶୁଣି ଚମତ୍କୃତ ହୋଇ ତାହାଙ୍କୁ ଛାଡ଼ି ଚାଲିଗଲେ।
23ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ପାଖକୁ ଆସି ପଚାରିଲେ,
24ହେ ଗୁରୁ, ମୋଶା କହିଅଛନ୍ତି ଯେ, ଯଦି କେହି ନିଃସନ୍ତାନ ହୋଇ ମରେ, ତେବେ ତାହାର ଭାଇ ତାହାର ଭାର୍ଯ୍ୟାକୁ ବିବାହ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ।
25ଦେଖନ୍ତୁ, ଆମ୍ଭମାନଙ୍କ ମଧ୍ୟରେ ସାତ ଭାଇ ଥିଲେ; ପ୍ରଥମଟି ବିବାହ କରି ମରିଗଲା, ପୁଣି, ନିଃସନ୍ତାନ ଥିବାରୁ ଆପଣା ଭାଇ ପାଇଁ ନିଜ ଭାର୍ଯ୍ୟାକୁ ଛାଡ଼ିଗଲା;