ମାଥିଉ 22

ଲୋକମାନେ ଏହା ଶୁଣି ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ।

Matthew 22:33 (UKJV) And when the multitude heard this, they were astonished at his doctrine.

31ମାତ୍ର ମୃତମାନଙ୍କ ପୁନରୁତ୍ଥାନ ବିଷୟରେ ଈଶ୍ବର ତୁମ୍ଭମାନଙ୍କୁ ଯାହା କହିଅଛନ୍ତି, ତାହା କି ତୁମ୍ଭେମାନେ ପାଠ କରି ନାହଁ?

32‘ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍‌ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର।’ ସେ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର।”

33ଲୋକମାନେ ଏହା ଶୁଣି ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ।

34ସେ ସାଦ୍ଦୂକୀମାନଙ୍କୁ ନିରୁତ୍ତର କରିଅଛନ୍ତି, ଏହା ଶୁଣି ଫାରୂଶୀମାନେ ଏକତ୍ର ହେଲେ,

35ଆଉ ସେମାନଙ୍କ ମଧ୍ୟରୁ ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ତାହାଙ୍କୁ ପରୀକ୍ଷା କରି ପଚାରିଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.