7କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍ କଲେ।
8ସେଥିରେ ସେ ଆପଣା ଦାସମାନଙ୍କୁ କହିଲେ, ବିବାହ ଭୋଜ ତ ପ୍ରସ୍ତୁତ, ମାତ୍ର ନିମନ୍ତ୍ରିତ ଲୋକମାନେ ଅଯୋଗ୍ୟ।
9ଏଣୁ ତୁମ୍ଭେମାନେ ରାଜଦାଣ୍ଡଗୁଡ଼ିକର ଛକେ ଛକେ ଯାଇ ଯେତେ ଲୋକଙ୍କର ଦେଖା ପାଅ, ସେମାନଙ୍କୁ ବିବାହ-ଉତ୍ସବକୁ ନିମନ୍ତ୍ରଣ କର।
10ସେଥିରେ ସେହି ଦାସମାନେ ରାଜଦାଣ୍ଡଗୁଡ଼ିକୁ ବାହାରିଯାଇ ଦୁଷ୍ଟ ଓ ସନ୍ଥ ଯେତେ ଲୋକ ଦେଖାପାଇଲେ, ସେ ସମସ୍ତଙ୍କୁ ସଂଗ୍ରହ କରି ଆଣିଲେ, ଆଉ ନିମନ୍ତ୍ରିତ ଅତିଥି ଲୋକଙ୍କ ଦ୍ୱାରା ବିବାହଗୃହ ପରିପୂର୍ଣ୍ଣ ହେଲା।
11କିନ୍ତୁ ରାଜା ନିମନ୍ତ୍ରିତ ଅତିଥିମାନଙ୍କୁ ଦେଖିବା ପାଇଁ ଭିତରକୁ ଆସି ସେଠାରେ ବିବାହ-ବସ୍ତ୍ର ପରିଧାନ କରି ନ ଥିବା ଜଣେ ଲୋକକୁ ଦେଖି ତାହାକୁ କହିଲେ,