ମାଥିଉ 23

ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଜଣକୁ ତୁମ୍ଭମାନଙ୍କର ଧର୍ମାବଲମ୍ବୀ କରିବା ପାଇଁ ଜଳସ୍ଥଳ ଭ୍ରମଣ କରୁଥାଅ, ପୁଣି, ଯେତେବେଳେ ସେ ହୁଏ, ସେତେବେଳେ ତାହାକୁ ତୁମ୍ଭମାନଙ୍କ ଅପେକ୍ଷା ଦୁଇ ଗୁଣ ନର୍କର ପାତ୍ର କରୁଥାଅ।

Matthew 23:15 (UKJV) Woe unto you, scribes and Pharisees, hypocrites! for all of you compass sea and land to make one proselyte, and when he is made, all of you make him twofold more the child of hell than yourselves.

13“କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।

14[ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତର ଦଣ୍ଡ ପାଇବ।]

15ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଜଣକୁ ତୁମ୍ଭମାନଙ୍କର ଧର୍ମାବଲମ୍ବୀ କରିବା ପାଇଁ ଜଳସ୍ଥଳ ଭ୍ରମଣ କରୁଥାଅ, ପୁଣି, ଯେତେବେଳେ ସେ ହୁଏ, ସେତେବେଳେ ତାହାକୁ ତୁମ୍ଭମାନଙ୍କ ଅପେକ୍ଷା ଦୁଇ ଗୁଣ ନର୍କର ପାତ୍ର କରୁଥାଅ।

16ହାୟ, ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ, ସେ ତଦ୍ୱାରା ଆବଦ୍ଧ।

17ରେ ମୂଢ଼ ଓ ଅନ୍ଧମାନେ, ସ୍ୱର୍ଣ୍ଣ କିମ୍ବା ସେହି ସ୍ୱର୍ଣ୍ଣକୁ ପବିତ୍ର କରିଅଛି ଯେଉଁ ମନ୍ଦିର, ଏହି ଦୁଇ ମଧ୍ୟରେ କଅଣ ଶ୍ରେଷ୍ଠ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.