ମାଥିଉ 23

ଆଉ ଯେ ମନ୍ଦିରର ଶପଥ କରେ, ସେ ମନ୍ଦିର ଓ ତନ୍ନିବାସୀଙ୍କର ଶପଥ କରେ;

Matthew 23:21 (UKJV) And whoso shall swear by the temple, swears by it, and by him that dwells therein.

19ରେ ଅନ୍ଧମାନେ, ନୈବେଦ୍ୟ କିମ୍ବା ସେହି ନୈବେଦ୍ୟକୁ ପବିତ୍ର କରେ ଯେଉଁ ବେଦି, ଏହି ଦୁଇ ମଧ୍ୟରେ କେଉଁଟା ଶ୍ରେଷ୍ଠ?

20ଅତଏବ ଯେଉଁ ଲୋକ ବେଦିର ଶପଥ କରେ, ସେ ତ ତାହା ଓ ତାହା ଉପରେ ଥିବା ପଦାର୍ଥର ଶପଥ କରେ;

21ଆଉ ଯେ ମନ୍ଦିରର ଶପଥ କରେ, ସେ ମନ୍ଦିର ଓ ତନ୍ନିବାସୀଙ୍କର ଶପଥ କରେ;

22ପୁଣି, ଯେ ସ୍ୱର୍ଗର ଶପଥ କରେ, ସେ ଈଶ୍ବରଙ୍କ ସିଂହାସନ ଓ ତଦୁପବିଷ୍ଟଙ୍କର ଶପଥ କରେ।

23ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ମୋଶାଙ୍କ ବ୍ୟବସ୍ଥାର ଗୁରୁତର ବିଷୟଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ୱାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.