20ଅତଏବ ଯେଉଁ ଲୋକ ବେଦିର ଶପଥ କରେ, ସେ ତ ତାହା ଓ ତାହା ଉପରେ ଥିବା ପଦାର୍ଥର ଶପଥ କରେ;
21ଆଉ ଯେ ମନ୍ଦିରର ଶପଥ କରେ, ସେ ମନ୍ଦିର ଓ ତନ୍ନିବାସୀଙ୍କର ଶପଥ କରେ;
22ପୁଣି, ଯେ ସ୍ୱର୍ଗର ଶପଥ କରେ, ସେ ଈଶ୍ବରଙ୍କ ସିଂହାସନ ଓ ତଦୁପବିଷ୍ଟଙ୍କର ଶପଥ କରେ।
23ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ମୋଶାଙ୍କ ବ୍ୟବସ୍ଥାର ଗୁରୁତର ବିଷୟଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ୱାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ।
24ରେ ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ ମଶାକୁ ଛାଣୁଥାଅ, କିନ୍ତୁ ଓଟକୁ ଗିଳୁଥାଅ।