22ପୁଣି, ଯେ ସ୍ୱର୍ଗର ଶପଥ କରେ, ସେ ଈଶ୍ବରଙ୍କ ସିଂହାସନ ଓ ତଦୁପବିଷ୍ଟଙ୍କର ଶପଥ କରେ।
23ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ମୋଶାଙ୍କ ବ୍ୟବସ୍ଥାର ଗୁରୁତର ବିଷୟଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ୱାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ।
24ରେ ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ ମଶାକୁ ଛାଣୁଥାଅ, କିନ୍ତୁ ଓଟକୁ ଗିଳୁଥାଅ।
25ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଗିନା ଓ ଥାଳିର ବାହାର ସଫା କରୁଥାଅ, ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଓ ଇନ୍ଦ୍ରିୟସେବାରେ ପରିପୂର୍ଣ୍ଣ।
26ହେ ଅନ୍ଧ ଫାରୂଶୀ, ଆଗେ ଗିନାର ଭିତର ସଫା କର, ଯେପରି ସେଥିର ବାହାର ମଧ୍ୟ ସଫା ହେବ।