26ହେ ଅନ୍ଧ ଫାରୂଶୀ, ଆଗେ ଗିନାର ଭିତର ସଫା କର, ଯେପରି ସେଥିର ବାହାର ମଧ୍ୟ ସଫା ହେବ।
27ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଧଳା ରଙ୍ଗର ସମାଧି ସରୂପ। ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ;
28ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୂର୍ଣ୍ଣ।”
29“ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ନିର୍ମାଣ କରି ଓ ଧାର୍ମିକମାନଙ୍କ ସମାଧିସ୍ତମ୍ଭ ସଜାଇ କହୁଥାଅ,
30ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃ-ପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ।