ମାଥିଉ 23

ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ?

Matthew 23:33 (UKJV) All of you serpents, all of you generation of vipers, how can all of you escape the damnation of hell?

31ଏଣୁ ତୁମ୍ଭେମାନେ ଯେ ଭାବବାଦୀଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ବିଷୟରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ।

32ତୁମ୍ଭେମାନେ ନିଜ ନିଜ ପିତୃ-ପୁରୁଷଙ୍କର ପରିମାଣ ପୂର୍ଣ୍ଣ କର।

33ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ?

34ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପ୍ରେରଣ କରୁଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁ ନଗର ତାଡ଼ନା କରିବ,

35ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଜିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.