36ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ବର୍ତ୍ତମାନ ପୁରୁଷ ଉପରେ ଏହି ସମସ୍ତ ଘଟିବ।”
37“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
38ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି।
39କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ,’ ତୁମ୍ଭେମାନେ ଏହି କଥା ନ କହିବା ପର୍ଯ୍ୟନ୍ତ ଆଜିଠାରୁ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।”