ମାଥିଉ 24

ଯୀଶୁ ମନ୍ଦିରରୁ ବାହାରି ଚାଲିଯାଉଥିବା ସମୟରେ ତାହାଙ୍କର ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ପ୍ରାସାଦସମୂହ ଦେଖାଇବା ପାଇଁ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ସେ ସେମାନଙ୍କୁ କହିଲେ,

Matthew 24:1 (UKJV) And Jesus went out, and departed from the temple: and his disciples came to him in order to show him the buildings of the temple.

1ଯୀଶୁ ମନ୍ଦିରରୁ ବାହାରି ଚାଲିଯାଉଥିବା ସମୟରେ ତାହାଙ୍କର ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ପ୍ରାସାଦସମୂହ ଦେଖାଇବା ପାଇଁ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ସେ ସେମାନଙ୍କୁ କହିଲେ,

2“ତୁମ୍ଭେମାନେ କଅଣ ଏହି ସମସ୍ତ ଦେଖୁ ନାହଁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍‍ ହେବ।”

3ପରେ ସେ ଜୀତପର୍ବତ ଉପରେ ବସନ୍ତେ ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି, ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.