ମାଥିଉ 24

କାରଣ ବିଜୁଳି ଯେପରି ପୂର୍ବଦିଗରୁ ମାରି ପଶ୍ଚିମଦିଗ ପର୍ଯ୍ୟନ୍ତ ଦେଖାଯାଏ, ସେପରି ମନୁଷ୍ୟପୁତ୍ରଙ୍କର ଆଗମନ ହେବ।

Matthew 24:27 (UKJV) For as the lightning comes out of the east, and shines even unto the west; so shall also the coming of the Son of man be.

25ଦେଖ, ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ଜଣାଇଲି।

26ଅତଏବ, ‘ଦେଖ, ସେ ପ୍ରାନ୍ତରରେ ଅଛନ୍ତି,’ ଲୋକେ ଯଦି ତୁମ୍ଭମାନଙ୍କୁ ଏହି କଥା କହିବେ, ତେବେ ବାହାରିଯାଅ ନାହିଁ; ‘ଦେଖ, ସେ ଗୁପ୍ତ କୋଠରୀରେ ଅଛନ୍ତି,’ ଯଦି ଏହା କହିବେ, ତେବେ ତାହା ବିଶ୍ୱାସ କର ନାହିଁ।

27କାରଣ ବିଜୁଳି ଯେପରି ପୂର୍ବଦିଗରୁ ମାରି ପଶ୍ଚିମଦିଗ ପର୍ଯ୍ୟନ୍ତ ଦେଖାଯାଏ, ସେପରି ମନୁଷ୍ୟପୁତ୍ରଙ୍କର ଆଗମନ ହେବ।

28ଯେଉଁଠାରେ ଶବ ପଡ଼ିଥାଏ, ସେହିଠାରେ ଶାଗୁଣାଗୁଡ଼ାକ ଏକାଠି ହେବେ।”

29“ମାତ୍ର ସେହି ସମୟର କଷ୍ଟ ପରେ ‘ହଠାତ୍‍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି, ନକ୍ଷତ୍ରମାଳା ଆକାଶରୁ ପଡ଼ିବେ ଓ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.