26ଅତଏବ, ‘ଦେଖ, ସେ ପ୍ରାନ୍ତରରେ ଅଛନ୍ତି,’ ଲୋକେ ଯଦି ତୁମ୍ଭମାନଙ୍କୁ ଏହି କଥା କହିବେ, ତେବେ ବାହାରିଯାଅ ନାହିଁ; ‘ଦେଖ, ସେ ଗୁପ୍ତ କୋଠରୀରେ ଅଛନ୍ତି,’ ଯଦି ଏହା କହିବେ, ତେବେ ତାହା ବିଶ୍ୱାସ କର ନାହିଁ।
27କାରଣ ବିଜୁଳି ଯେପରି ପୂର୍ବଦିଗରୁ ମାରି ପଶ୍ଚିମଦିଗ ପର୍ଯ୍ୟନ୍ତ ଦେଖାଯାଏ, ସେପରି ମନୁଷ୍ୟପୁତ୍ରଙ୍କର ଆଗମନ ହେବ।
28ଯେଉଁଠାରେ ଶବ ପଡ଼ିଥାଏ, ସେହିଠାରେ ଶାଗୁଣାଗୁଡ଼ାକ ଏକାଠି ହେବେ।”
29“ମାତ୍ର ସେହି ସମୟର କଷ୍ଟ ପରେ ‘ହଠାତ୍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି, ନକ୍ଷତ୍ରମାଳା ଆକାଶରୁ ପଡ଼ିବେ ଓ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ।’
30ସେତେବେଳେ ଆକାଶରେ ମନୁଷ୍ୟପୁତ୍ରଙ୍କର ଲକ୍ଷଣ ଦେଖାଯିବ, ପୁଣି, ସେ ସମୟରେ ପୃଥିବୀର ସମସ୍ତ ଗୋଷ୍ଠୀ ବିଳାପ କରିବେ ଏବଂ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।