ମାଥିଉ 24

ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ।

Matthew 24:34 (UKJV) Verily I say unto you, This generation shall not pass, till all these things be fulfilled.

32“ଡିମ୍ବିରିବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା କୋମଳ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;

33ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଦେଖିଲେ ସେ ଦ୍ୱାରର ସନ୍ନିକଟ, ଏହା ଜାଣ।

34ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ।

35ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”

36“କିନ୍ତୁ ସେହି ଦିନ ଓ ଦଣ୍ଡ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗର ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ମାତ୍ର ପିତା ଜାଣନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.