34ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ।
35ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”
36“କିନ୍ତୁ ସେହି ଦିନ ଓ ଦଣ୍ଡ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗର ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ମାତ୍ର ପିତା ଜାଣନ୍ତି।
37ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କର ଆଗମନ ସମୟରେ ସେପ୍ରକାର ଘଟିବ।
38କାରଣ ଜଳପ୍ଳାବନର ପୂର୍ବବର୍ତ୍ତୀ ସମୟରେ ଜାହାଜରେ ନୋହଙ୍କର ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଯେପରି ଭୋଜନପାନ ଏବଂ ବିବାହ କରିବା ଓ ବିବାହ ଦେବାରେ ବ୍ୟସ୍ତ ଥିଲେ,