39ପୁଣି, ଜଳପ୍ଳାବନ ଆସି ସମସ୍ତଙ୍କୁ ଭସାଇ ନ ନେବା ପର୍ଯ୍ୟନ୍ତ ଯେପରି ଜାଣି ନ ଥିଲେ, ମନୁଷ୍ୟପୁତ୍ରଙ୍କର ଆଗମନ ମଧ୍ୟ ସେହି ପ୍ରକାର ହେବ।
40ସେତେବେଳେ ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ;
41ଦୁଇ ଜଣ ସ୍ତ୍ରୀ ଚକି ପେଷୁଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ।
42ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭମାନଙ୍କ ପ୍ରଭୁ କେଉଁ ଦିନ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ।
43କିନ୍ତୁ ଏହା ଜାଣିଥାଅ, କେଉଁ ପ୍ରହରରେ ଚୋର ଆସିବ, ଏହା ଗୃହକର୍ତ୍ତା ଯଦି ଜାଣନ୍ତେ, ତାହାହେଲେ ସେ ଜାଗ୍ରତ ଥାଇ ଆପଣା ଗୃହରେ ପ୍ରବେଶ କରିବାକୁ ଦିଅନ୍ତେ ନାହିଁ।