44ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।”
45“ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ?
46ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ।
47ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସର୍ବସ୍ୱ ଉପରେ ନିଯୁକ୍ତ କରିବେ।
48କିନ୍ତୁ ଯଦି ସେହି ଦୁଷ୍ଟ ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି