49ଆପଣା ସହଦାସମାନଙ୍କୁ ପ୍ରହାର କରିବାକୁ ଲାଗେ, ଆଉ ମଦୁଆମାନଙ୍କ ସହିତ ଭୋଜନପାନ କରେ,
50ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ସମୟ ସେ ଜାଣି ନ ଥିବ, ସେହି ଦିନ ସେହି ସମୟରେ ତାହାର ପ୍ରଭୁ ଆସିବେ,
51ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।”