10ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, “କାହିଁକି ସ୍ତ୍ରୀଲୋକଟିକୁ କଷ୍ଟ ଦେଉଅଛ? ସେ ତ ମୋ ପ୍ରତି ଉତ୍ତମ କର୍ମ କରିଅଛି।
11ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ପାଖରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ପାଖରେ ନ ଥିବି।
12ଆଉ, ସେ ମୋହର ସମାଧି-କ୍ରିୟାସ୍ୱରୂପେ ମୋହର ଶରୀରରେ ଏହି ତୈଳ ଢାଳିଦେଇଅଛି।
13ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ଏହି ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ।”
14ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ପ୍ରଧାନ ଯାଜକମାନଙ୍କ ପାଖକୁ ଯାଇ କହିଲା,