ମାଥିଉ 26

ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା।

Matthew 26:16 (UKJV) And from that time he sought opportunity to betray him.

14ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ପ୍ରଧାନ ଯାଜକମାନଙ୍କ ପାଖକୁ ଯାଇ କହିଲା,

15ମୋତେ କଅଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି। ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟ-ମୁଦ୍ରା ତୌଲି କରିଦେଲେ।

16ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା।

17ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ଆପଣଙ୍କ ପାଇଁ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?

18ଯୀଶୁ କହିଲେ, “ନଗରରେ ଯାଇ ଅମୁକ ଲୋକଙ୍କ ନିକଟକୁ ଯାଇ କୁହ, ଗୁରୁ କହୁଅଛନ୍ତି, ମୋହର କାଳ ସନ୍ନିକଟ, ମୁଁ ମୋହର ଶିଷ୍ୟମାନଙ୍କ ସହିତ ତୁମ୍ଭ ଗୃହରେ ନିସ୍ତାର ପର୍ବ ପାଳନ କରିବି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.