16ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା।
17ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ଆପଣଙ୍କ ପାଇଁ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?
18ଯୀଶୁ କହିଲେ, “ନଗରରେ ଯାଇ ଅମୁକ ଲୋକଙ୍କ ନିକଟକୁ ଯାଇ କୁହ, ଗୁରୁ କହୁଅଛନ୍ତି, ମୋହର କାଳ ସନ୍ନିକଟ, ମୁଁ ମୋହର ଶିଷ୍ୟମାନଙ୍କ ସହିତ ତୁମ୍ଭ ଗୃହରେ ନିସ୍ତାର ପର୍ବ ପାଳନ କରିବି।”
19ସେଥିରେ ଶିଷ୍ୟମାନେ ଯୀଶୁଙ୍କ ଆଦେଶ ଅନୁସାରେ କର୍ମ କରି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।
20ପରେ ସନ୍ଧ୍ୟା ହୁଅନ୍ତେ, ସେ ଦ୍ୱାଦଶ ଶିଷ୍ୟମାନଙ୍କ ସହିତ ଭୋଜନରେ ବସିଲେ।