23ସେ ଉତ୍ତର ଦେଲେ, “ଯେ ମୋ ସହିତ ପାତ୍ରରେ ହାତ ବୁଡ଼ାଇଲା, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।
24ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖାଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।”
25ଏଥିରେ ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ଉତ୍ତର ଦେଲା, ହେ ଗୁରୁ, ସେ କଅଣ ମୁଁ? ସେ ତାହାକୁ କହିଲେ, “ତୁମ୍ଭେ କହିଅଛ।”
26ଆଉ, ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ନେଇ ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, “ନିଅ, ଭୋଜନ କର, ଏହା ମୋହର ଶରୀର।”
27ପୁଣି, ସେ ପାନପାତ୍ର ନେଇ ଧନ୍ୟବାଦ ଦେଲେ ଓ ସେମାନଙ୍କୁ ଦେଇ କହିଲେ,