30ପୁଣି, ସେମାନେ ସ୍ତବଗାନ କଲା ପରେ ଜୀତପର୍ବତକୁ ବାହାରିଗଲେ।
31ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, “ଏହି ରାତ୍ରିରେ ତୁମ୍ଭେମାନେ ସମସ୍ତେ ମୋʼଠାରେ ବିଘ୍ନ ପାଇବ, କାରଣ ଲେଖାଅଛି, ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ପଲର ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ।
32ମାତ୍ର ମୁଁ ଉଠିବା ପରେ ତୁମ୍ଭମାନଙ୍କ ଆଗେ ଆଗେ ଗାଲିଲୀକୁ ଯିବି।”
33କିନ୍ତୁ ପିତର ତାହାଙ୍କୁ ଉତ୍ତର ଦେଲେ, ଯଦ୍ୟପି ସମସ୍ତେ ଆପଣଙ୍କଠାରେ ବିଘ୍ନ ପାଇବେ, ତଥାପି ମୁଁ କେବେ ହେଁ ପାଇବି ନାହିଁ।
34ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଏହି ରାତିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”