66ଆପଣମାନଙ୍କର ମତ କଅଣ? ଏଥିରେ ସେମାନେ ଉତ୍ତର ଦେଲେ, ସେ ପ୍ରାଣଦଣ୍ଡର ଯୋଗ୍ୟ।
67ସେତେବେଳେ ସେମାନେ ତାହାଙ୍କ ମୁହଁରେ ଛେପ ପକାଇ ତାହାଙ୍କୁ ବିଧା ମାରିଲେ; ଆଉ କେହି କେହି ତାହାଙ୍କୁ ଚାପୁଡ଼ା ମାରି କହିଲେ,
68ରେ ଖ୍ରୀଷ୍ଟ, ତୁ ପରା ଭାବବାଦୀ, ଆମ୍ଭମାନଙ୍କୁ କହ ତ, କିଏ ତୋତେ ମାଇଲା?
69ଇତିମଧ୍ୟରେ ପିତର ବାହାରେ ପ୍ରାଙ୍ଗଣରେ ବସିଥିଲେ, ଆଉ ଜଣେ ଦାସୀ ତାହାଙ୍କ ପାଖକୁ ଆସି କହିଲା, ତୁମ୍ଭେ ମଧ୍ୟ ଗାଲିଲୀୟ ଯୀଶୁଙ୍କ ସାଙ୍ଗରେ ଥିଲ।
70କିନ୍ତୁ ସେ ସମସ୍ତଙ୍କ ଆଗରେ ଅସ୍ୱୀକାର କରି କହିଲେ, ତୁମ୍ଭେ କଅଣ କହୁଅଛ, ମୁଁ ଜାଣେ ନାହିଁ।