ମାଥିଉ 26

ଇତିମଧ୍ୟରେ ପିତର ବାହାରେ ପ୍ରାଙ୍ଗଣରେ ବସିଥିଲେ, ଆଉ ଜଣେ ଦାସୀ ତାହାଙ୍କ ପାଖକୁ ଆସି କହିଲା, ତୁମ୍ଭେ ମଧ୍ୟ ଗାଲିଲୀୟ ଯୀଶୁଙ୍କ ସାଙ୍ଗରେ ଥିଲ।

Matthew 26:69 (UKJV) Now Peter sat without in the palace: and a damsel came unto him, saying, You also were with Jesus of Galilee.

67ସେତେବେଳେ ସେମାନେ ତାହାଙ୍କ ମୁହଁରେ ଛେପ ପକାଇ ତାହାଙ୍କୁ ବିଧା ମାରିଲେ; ଆଉ କେହି କେହି ତାହାଙ୍କୁ ଚାପୁଡ଼ା ମାରି କହିଲେ,

68ରେ ଖ୍ରୀଷ୍ଟ, ତୁ ପରା ଭାବବାଦୀ, ଆମ୍ଭମାନଙ୍କୁ କହ ତ, କିଏ ତୋତେ ମାଇଲା?

69ଇତିମଧ୍ୟରେ ପିତର ବାହାରେ ପ୍ରାଙ୍ଗଣରେ ବସିଥିଲେ, ଆଉ ଜଣେ ଦାସୀ ତାହାଙ୍କ ପାଖକୁ ଆସି କହିଲା, ତୁମ୍ଭେ ମଧ୍ୟ ଗାଲିଲୀୟ ଯୀଶୁଙ୍କ ସାଙ୍ଗରେ ଥିଲ।

70କିନ୍ତୁ ସେ ସମସ୍ତଙ୍କ ଆଗରେ ଅସ୍ୱୀକାର କରି କହିଲେ, ତୁମ୍ଭେ କଅଣ କହୁଅଛ, ମୁଁ ଜାଣେ ନାହିଁ।

71ପୁଣି, ସେ ଦାଣ୍ଡଦ୍ୱାରକୁ ବାହାରି ଯାଆନ୍ତେ ଆଉ ଜଣେ ଦାସୀ ତାହାଙ୍କୁ ଦେଖି ସେହି ସ୍ଥାନର ଲୋକମାନଙ୍କୁ କହିଲା, ଏ ନାଜରିତୀୟ ଯୀଶୁ ସାଙ୍ଗରେ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.