73ଅଳ୍ପ କ୍ଷଣ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ତୁମ୍ଭେ ମଧ୍ୟ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭ କଥାରୁ ତ ଜଣାପଡ଼ୁଅଛି।
74ସେଥିରେ ସେ ଅଭିଶାପ ଦେଇ ରାଣ ପକାଇ କହିବାକୁ ଲାଗିଲେ, ମୁଁ ସେ ଲୋକକୁ ଜାଣେ ନାହିଁ।
75ସେହିକ୍ଷଣି କୁକୁଡ଼ା ରାବିଲା। ଏଥିରେ “କୁକୁଡ଼ା ରାବିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ,” ଏହି ଯେଉଁ କଥା ଯୀଶୁ କହିଥିଲେ, ତାହା ପିତରଙ୍କ ମନରେ ପଡ଼ିଲା, ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ।