1ସକାଳ ହୁଅନ୍ତେ, ସମସ୍ତ ପ୍ରଧାନ ଯାଜକମାନେ ପୁଣି, ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ପାଇଁ ତାହାଙ୍କର ବିରୁଦ୍ଧରେ ମନ୍ତ୍ରଣା କଲେ,
2ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ।
3ସେତେବେଳେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ଯିହୂଦା, ସେ ପ୍ରାଣ ଦଣ୍ଡାଜ୍ଞା ପାଇଅଛନ୍ତି, ଏହା ଦେଖି ଅନୁତାପ କରି ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗଙ୍କ ନିକଟକୁ ସେହି ତିରିଶିଗୋଟି ରୌପ୍ୟ-ମୁଦ୍ରା ଫେରାଇ ଆଣି କହିଲା,