ମାଥିଉ 27

ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟନ୍ତ ଚମତ୍କୃତ ହେଲେ।

Matthew 27:14 (UKJV) And he answered him to not a word; insomuch that the governor marvelled greatly.

12ଆଉ, ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ ସେ କୌଣସି ଉତ୍ତର ଦେଲେ ନାହିଁ।

13ସେଥିରେ ପୀଲାତ ତାହାଙ୍କୁ କହିଲେ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ସାକ୍ଷ୍ୟ ଦେଉଅଛନ୍ତି, ତାହା କି ଶୁଣୁ ନାହଁ?

14ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟନ୍ତ ଚମତ୍କୃତ ହେଲେ।

15କିନ୍ତୁ ପର୍ବ ସମୟରେ ଲୋକସମୂହର ଇଚ୍ଛାନୁସାରେ ଜଣେ ବନ୍ଦୀକୁ ସେମାନଙ୍କ ନିମନ୍ତେ ମୁକ୍ତ କରିବା ଶାସନକର୍ତ୍ତାଙ୍କର ରୀତି ଥିଲା।

16ସେତେବେଳେ ସେମାନଙ୍କର ବାରବ୍ବା ନାମକ ଜଣେ ବିଖ୍ୟାତ ବନ୍ଦୀ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.