ମାଥିଉ 27

ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ।

Matthew 27:25 (UKJV) Then answered all the people, and said, His blood be on us, and on our children.

23ସେଥିରେ ପୀଲାତ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ।

24ଏଣୁ ପୀଲାତ ଯେତେବେଳେ ଦେଖିଲେ ଯେ, ସେ କିଛି କରିପାରୁ ନାହାନ୍ତି, ବରଂ ଆହୁରି ଗଣ୍ଡଗୋଳ ହେଉଅଛି, ସେତେବେଳେ ସେ ପାଣି ନେଇ ଲୋକମାନଙ୍କ ଆଗରେ ହାତ ଧୋଇ କହିଲେ, ଏହି ରକ୍ତପାତରେ ଆମ୍ଭେ ନିର୍ଦ୍ଦୋଷ, ତୁମ୍ଭେମାନେ ତାହା ବୁଝ।

25ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ।

26ସେଥିରେ ସେ ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ମାତ୍ର ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ।

27ଏହାପରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରାସାଦ ଭିତରକୁ ନେଇଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.