ମାଥିଉ 27

ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା।

Matthew 27:45 (UKJV) Now from the sixth hour there was darkness over all the land unto the ninth hour.

43ସେ ଈଶ୍ବରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଈଶ୍ବରଙ୍କ ପୁତ୍ର।

44ପୁଣି, ଯେଉଁ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ସେହି ପ୍ରକାର ନିନ୍ଦା କରିବାକୁ ଲାଗିଲେ।

45ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା।

46ଆଉ ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ଏଲୀ, ଏଲୀ, ଲାମା ଶବକ୍‌ଥାନୀ?” ଅର୍ଥାତ୍‍, “ହେ ମୋହର ଈଶ୍ବର, ହେ ମୋହର ଈଶ୍ବର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?”

47ଏହା ଶୁଣି ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଏ ଲୋକ ଏଲୀୟଙ୍କୁ ଡାକୁଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.