3ସେତେବେଳେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ଯିହୂଦା, ସେ ପ୍ରାଣ ଦଣ୍ଡାଜ୍ଞା ପାଇଅଛନ୍ତି, ଏହା ଦେଖି ଅନୁତାପ କରି ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗଙ୍କ ନିକଟକୁ ସେହି ତିରିଶିଗୋଟି ରୌପ୍ୟ-ମୁଦ୍ରା ଫେରାଇ ଆଣି କହିଲା,
4ମୁଁ ନିର୍ଦ୍ଦୋଷକୁ ମୃତ୍ୟୁ ହସ୍ତରେ ସମର୍ପଣ କରି ପାପ କରିଅଛି। କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି?
5ତୁ ତାହା ବୁଝ୍। ତହିଁରେ ସେ ରୌପ୍ୟ-ମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି, ଯାଇ ଆପଣାକୁ ଫାଶୀ ଦେଲା।
6କିନ୍ତୁ ପ୍ରଧାନ ଯାଜକମାନେ ସେହି ରୌପ୍ୟ-ମୁଦ୍ରାଗୁଡ଼ାକ ନେଇ କହିଲେ, ଏହା ମନ୍ଦିରର ଭଣ୍ଡାରରେ ରଖିବା ବିଧିସଙ୍ଗତ ନୁହେଁ, କାରଣ ଏ ତ ରକ୍ତର ମୂଲ୍ୟ।
7ପୁଣି, ସେମାନେ ମନ୍ତ୍ରଣା କରି ବିଦେଶୀମାନଙ୍କର ସମାଧି ନିମନ୍ତେ ସେହି ମୁଦ୍ରାରେ କୁମ୍ଭକାରର କ୍ଷେତ୍ର କିଣିଲେ।