ମାଥିଉ 27

ସେ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ। ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ।

Matthew 27:58 (UKJV) He went to Pilate, and begged the body of Jesus. Then Pilate commanded the body to be delivered.

56ସେମାନଙ୍କ ମଧ୍ୟରେ ମଗ୍‌ଦଲୀନୀ ମରୀୟମ, ଯାକୁବ ଓ ଯୋଷେଫଙ୍କ ମାତା ମରୀୟମ, ପୁଣି, ଜେବଦୀଙ୍କ ପୁତ୍ରମାନଙ୍କ ମାତା ଥିଲେ।

57ବେଳ ଗଡ଼ିଆସନ୍ତେ, ଯୋଷେଫ ନାମକ ହାରାମାଥୀୟାର ଜଣେ ଧନୀ ଲୋକ ଆସିଲେ, ସେ ମଧ୍ୟ ଯୀଶୁଙ୍କର ଜଣେ ଶିଷ୍ୟ ହୋଇଥିଲେ।

58ସେ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ। ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ।

59ଯୋଷେଫ ଶରୀରଟି ନେଇ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ,

60ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି ଦ୍ୱାରରେ ଖଣ୍ଡିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.