58ସେ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ। ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ।
59ଯୋଷେଫ ଶରୀରଟି ନେଇ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ,
60ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି ଦ୍ୱାରରେ ଖଣ୍ଡିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ।
61ମଗ୍ଦଲୀନୀ ମରୀୟମ ଓ ଅନ୍ୟ ମରୀୟମ ସେ ସ୍ଥାନରେ ସମାଧି ସମ୍ମୁଖରେ ବସି ରହିଲେ।
62ତହିଁ ଆରଦିନ, ଅର୍ଥାତ୍ ଆୟୋଜନ-ଦିବସର ପରବର୍ତ୍ତୀ ଦିନ ପ୍ରଧାନ ଯାଜକ ଓ ଫାରୂଶୀମାନେ ପୀଲାତଙ୍କ ପାଖରେ ଏକତ୍ର ହୋଇ କହିଲେ,