ମାଥିଉ 27

ମଗ୍‌ଦଲୀନୀ ମରୀୟମ ଓ ଅନ୍ୟ ମରୀୟମ ସେ ସ୍ଥାନରେ ସମାଧି ସମ୍ମୁଖରେ ବସି ରହିଲେ।

Matthew 27:61 (UKJV) And there was Mary Magdalene, and the other Mary, sitting opposite to the tomb.

59ଯୋଷେଫ ଶରୀରଟି ନେଇ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ,

60ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି ଦ୍ୱାରରେ ଖଣ୍ଡିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ।

61ମଗ୍‌ଦଲୀନୀ ମରୀୟମ ଓ ଅନ୍ୟ ମରୀୟମ ସେ ସ୍ଥାନରେ ସମାଧି ସମ୍ମୁଖରେ ବସି ରହିଲେ।

62ତହିଁ ଆରଦିନ, ଅର୍ଥାତ୍‍ ଆୟୋଜନ-ଦିବସର ପରବର୍ତ୍ତୀ ଦିନ ପ୍ରଧାନ ଯାଜକ ଓ ଫାରୂଶୀମାନେ ପୀଲାତଙ୍କ ପାଖରେ ଏକତ୍ର ହୋଇ କହିଲେ,

63ମହାଶୟ, ଆମ୍ଭମାନଙ୍କର ମନେ ପଡ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ପରେ ମୁଁ ଉଠିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.