7ପୁଣି, ସେମାନେ ମନ୍ତ୍ରଣା କରି ବିଦେଶୀମାନଙ୍କର ସମାଧି ନିମନ୍ତେ ସେହି ମୁଦ୍ରାରେ କୁମ୍ଭକାରର କ୍ଷେତ୍ର କିଣିଲେ।
8ଏଣୁ ଆଜି ପର୍ଯ୍ୟନ୍ତ ସେହି କ୍ଷେତ୍ରକୁ ରକ୍ତକ୍ଷେତ୍ର ବୋଲି କହନ୍ତି।
9ଏଥିରେ ଯିରିମୀୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା, ଇସ୍ରାଏଲ ସନ୍ତାନମାନେ ଯାହାଙ୍କ ମୂଲ୍ୟ ନିରୂପଣ କରିଥିଲେ, ତାହାଙ୍କ ମୂଲ୍ୟ ସ୍ୱରୂପ ସେହି ତିରିଶିଗୋଟି ରୌପ୍ୟ-ମୁଦ୍ରା ସେମାନେ ନେଇ
10ମୋ ପ୍ରତି ପ୍ରଭୁଙ୍କ ଆଦେଶ ଅନୁସାରେ କୁମ୍ଭକାରର କ୍ଷେତ୍ର ନିମନ୍ତେ ଦେଲେ।
11ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କ ରାଜା? ଯୀଶୁ କହିଲେ, “ଆପଣ କହୁଅଛନ୍ତି।”