ମାଥିଉ 28

ବିଶ୍ରାମବାର ଶେଷ ହେଲା ପରେ ସପ୍ତାହର ପ୍ରଥମ ଦିନର ପ୍ରତ୍ୟୁଷରେ ମଗ୍‌ଦଲୀନୀ ମରୀୟମ ଓ ଅନ୍ୟ ମରୀୟମ ସମାଧି ଦେଖିବାକୁ ଆସିଲେ।

Matthew 28:1 (UKJV) In the end of the sabbath, as it began to dawn toward the first day of the week, came Mary Magdalene and the other Mary to see the tomb.

1ବିଶ୍ରାମବାର ଶେଷ ହେଲା ପରେ ସପ୍ତାହର ପ୍ରଥମ ଦିନର ପ୍ରତ୍ୟୁଷରେ ମଗ୍‌ଦଲୀନୀ ମରୀୟମ ଓ ଅନ୍ୟ ମରୀୟମ ସମାଧି ଦେଖିବାକୁ ଆସିଲେ।

2ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସି ସେହି ପଥର ଖଣ୍ଡିକ ଗଡ଼ାଇଦେଇ ତାହା ଉପରେ ବସିଲେ।

3ତାହାଙ୍କ ରୂପ ବିଜୁଳି ପରି ଓ ତାହାଙ୍କର ବସ୍ତ୍ର ହିମ ପରି ଧଳା ରଙ୍ଗ ଥିଲା,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.