9ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ କରି କହିଲେ, “ତୁମ୍ଭମାନଙ୍କର ମଙ୍ଗଳ ହେଉ।” ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ।
10ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଭୟ କର ନାହିଁ, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲିଲୀକୁ ଯାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ।”
11ସେମାନେ ଯାଉଥିବା ସମୟରେ, ଦେଖ, ପ୍ରହରୀ-ଦଳ ମଧ୍ୟରେ କେତେକ ଜଣ ନଗରକୁ ଯାଇ ସେହି ସମସ୍ତ ଘଟଣାର ବିବରଣ ପ୍ରଧାନ ଯାଜକମାନଙ୍କୁ ଜଣାଇଲେ।
12ସେମାନେ ପ୍ରାଚୀନବର୍ଗ ସହିତ ଏକତ୍ର ହୋଇ ମନ୍ତ୍ରଣା କଲା ପରେ ସେହି ସୈନ୍ୟମାନଙ୍କୁ ବହୁତ ଟଙ୍କା ଦେଇ କହିଲେ,
13ତୁମ୍ଭେମାନେ କୁହ, ଆମ୍ଭେମାନେ ଶୋଇପଡ଼ିଥିବା ସମୟରେ ତାହାଙ୍କର ଶିଷ୍ୟମାନେ ରାତିରେ ଆସି ତାହାଙ୍କୁ ଚୋରି କରି ନେଇଗଲେ।