13ତୁମ୍ଭେମାନେ କୁହ, ଆମ୍ଭେମାନେ ଶୋଇପଡ଼ିଥିବା ସମୟରେ ତାହାଙ୍କର ଶିଷ୍ୟମାନେ ରାତିରେ ଆସି ତାହାଙ୍କୁ ଚୋରି କରି ନେଇଗଲେ।
14ପୁଣି, ଏ କଥା ଯେବେ ଶାସନକର୍ତ୍ତାଙ୍କ କର୍ଣ୍ଣଗୋଚର ହୁଏ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ବୁଝାଇ ତୁମ୍ଭମାନଙ୍କୁ ଚିନ୍ତାରୁ ମୁକ୍ତ କରିବା।
15ସେଥିରେ ସେମାନେ ଟଙ୍କା ନେଇ ଯେପରି ଶିକ୍ଷା ପାଇଥିଲେ, ସେହିପରି କଲେ। ଏଣୁ ଏହି କଥା ଯିହୁଦୀମାନଙ୍କ ମଧ୍ୟରେ ବ୍ୟାପିଯାଇ ଆଜି ପର୍ଯ୍ୟନ୍ତ ପ୍ରଚଳିତ ଅଛି।
16କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକୁ ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ।
17ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ।